କାମୁକତାର ଆତ୍ମା ଆକର୍ଷଣରୁ କିପରି ମୁକ୍ତ ହୋଇ ପବିତ୍ର ଜୀବନ ବଞ୍ଚିବା?#ଓଡ଼ିଆଖ୍ରୀଷ୍ଟିଆନବାର୍ତ୍ତା #DrRajivDaniel
Wesley Jena
0:00 / 0:00
କାମୁକତାର ଆତ୍ମା ଆକର୍ଷଣରୁ କିପରି ମୁକ୍ତ ହୋଇ ପବିତ୍ର ଜୀବନ ବଞ୍ଚିବା?#ଓଡ଼ିଆଖ୍ରୀଷ୍ଟିଆନବାର୍ତ୍ତା #DrRajivDaniel
2 695 просмотров · 11 дней назад
Wesley Jena
686 подписчиков
2 695 просмотров · 11 дней назад
👉📖✅ ଆଉ, ତାହା ପରେ ବିଚାର ନିରୂପିତ ଅଛି, ସେହିପରି ଖ୍ରୀଷ୍ଟ ମଧ୍ୟ ଅନେକଙ୍କ ପାପ ବହନ କରିବା ନିମନ୍ତେ ଥରେ ମାତ୍ର ଉତ୍ସର୍ଗୀକୃତ ହେଲେ, କିନ୍ତୁ ଦ୍ୱିତୀୟ ଥର ପାପ ସକାଶେ ନୁହେଁ, ବରଂ ଯେଉଁମାନେ ତାହାଙ୍କ ଅପେକ୍ଷାରେ ଅଛନ୍ତି, ସେମାନଙ୍କ ପରିତ୍ରାଣ ନିମନ୍ତେ ଦର୍ଶନ ଦେବେ। ଏବ୍ରି ୯:୨୮
👉📖✅ ତୁମ୍ଭେମାନେ ପାପ ବିରୁଦ୍ଧରେ ଯୁଦ୍ଧ କରି ଏଯାଏଁ ରକ୍ତ-ବ୍ୟୟ ପର୍ଯ୍ୟନ୍ତ ପ୍ରତିରୋଧ କରି ନାହଁ, ଏବ୍ରି ୧୨:୪
👉📖✅ ଆଉ, ଯେପରି ପକ୍ଷୀ ଫାନ୍ଦକୁପ୍ରାଣନାଶକ ନ ଜାଣି ତହିଁରେ ପଡ଼ିବାକୁ ବେଗେ ଉଡ଼େ,ଶେଷରେ ତାହାର ଯକୃତ ସେହିପରି ତୀର ଦ୍ୱାରା ବିଦ୍ଧ ହେଲା। ହିତୋପଦେଶ ୭:୨୩
👉📖✅ କାରଣ ସତ୍ୟ ଜ୍ଞାନ ଲାଭ କରିବା ପରେ ଯଦି ଆମ୍ଭେମାନେ ସ୍ୱେଚ୍ଛାପୂର୍ବକ ପାପ କରୁଥାଉ, ତେବେ ପାପାର୍ଥକ ବଳି ଆଉ ଅବଶିଷ୍ଟ ନ ଥାଏ,
👉📖✅ କାରଣ କେବଳ ଏକ ବଳିର ଉତ୍ସର୍ଗ ଦ୍ୱାରା ସେ ପବିତ୍ରୀକୃତ ହେଉଥିବା ଲୋକମାନଙ୍କୁ ଚିରକାଳ ପାଇଁ ସିଦ୍ଧ କରିଅଛନ୍ତି
ଏବ୍ରି ୧୦:୨୬, ୧୪
👉📖✅ ଏଉତ୍ତାରେ ଦାଉଦ ଯିରୂଶାଲମର ଆପଣା ପ୍ରାସାଦକୁ ଆସିଲେ; ପୁଣି ରାଜା ଆପଣାର ଯେଉଁ ଦଶ ଉପପତ୍ନୀଙ୍କୁ ପ୍ରାସାଦ ଜଗିବାକୁ ଛାଡ଼ି ଯାଇଥିଲେ, ସେମାନଙ୍କୁ ପ୍ରହରୀ-ଗୃହରେ ରଖି ଖାଦ୍ୟ ଯୋଗାଇଲେ, ମାତ୍ର ସେମାନଙ୍କ ସହିତ ସହବାସ କଲେ ନାହିଁ। ଏଣୁ ସେମାନେ ମରଣ ଦିନ ପର୍ଯ୍ୟନ୍ତ ରୁଦ୍ଧ ହୋଇ ବିଧବା ପରି ରହିଲେ।
ଦ୍ୱିତୀୟ ଶାମୁୟେଲ ୨୦:୩
👉📖✅ କେହି ଯେବେ ଆପଣା ବକ୍ଷସ୍ଥଳରେ ନିଆଁ ରଖେ,
ତେବେ ତାହାର ବସ୍ତ୍ର କʼଣ ପୋଡ଼ି ଯିବ ନାହିଁ? ହିତୋପଦେଶ ୬:୨୭
👉📖✅ ଆଉ, ମୁଁ ଦେଖୁଅଛି ଯେ, ଯେଉଁ ସ୍ତ୍ରୀର ଅନ୍ତଃକରଣ ଫାନ୍ଦ ଓ ଜାଲ ସ୍ୱରୂପ ଓ ହସ୍ତ ବନ୍ଧନ ସ୍ୱରୂପ, ସେ ମୃତ୍ୟୁୁ ଅପେକ୍ଷା ଅଧିକ ତିକ୍ତ ଅଟେ; ଯେକେହି ପରମେଶ୍ୱରଙ୍କୁ ତୁଷ୍ଟ କରେ, ସେ ତାହାଠାରୁ ରକ୍ଷା ପାଇବ; ମାତ୍ର ପାପୀ ତାହା ଦ୍ୱାରା ଧରାଯିବ। ଉପଦେଶକ ୭:୨୬
👉📖✅ ୭ଏହେତୁ ହେ ମୋହର ପୁତ୍ରମାନେ, ମୋʼ କଥା ଶୁଣ
ଏବଂ ମୋʼ ମୁଖର ବାକ୍ୟରୁ ବିମୁଖ ହୁଅ ନାହିଁ।
୮ ତାହା (ସେହି ସ୍ତ୍ରୀ) ଠାରୁ ଆପଣା ପଥ ଦୂରରେ ରଖ
ଏବଂ ତାହାର ଗୃହର ଦ୍ୱାର ନିକଟକୁ ଯାଅ ନାହିଁ।
୯ କେଜାଣି ତୁମ୍ଭେ ଅନ୍ୟମାନଙ୍କୁ ଆପଣା ଇଜ୍ଜତ
ଓ ନିର୍ଦ୍ଦୟ ଲୋକଙ୍କୁ ଆପଣାର ପରମାୟୁ ଦେବ;
୧୦ କେଜାଣି ଅପରିଚିତ ଲୋକମାନେ ତୁମ୍ଭ ବଳରେ ପୂର୍ଣ୍ଣ ହେବେ
ଏବଂ ତୁମ୍ଭ ଶ୍ରମର ଫଳ ବିଦେଶୀର ଗୃହରେ ଥୁଆଯିବ;
୧୧ ଆଉ ତୁମ୍ଭ ଶେଷ ଅବସ୍ଥାରେ
ଯେତେବେଳେ ତୁମ୍ଭ ମାଂସ ଓ ଶରୀର କ୍ଷୟ ପାଏ,
ତୁମ୍ଭେ କେଜାଣି ବିଳାପ କରିବ,
୧୨ ଆଉ କହିବ, “ମୁଁ ଉପଦେଶ କିପରି ଘୃଣା କଲି!
ପୁଣି, ମୋହର ମନ ଅନୁଯୋଗକୁ କିପରି ତୁଚ୍ଛ କଲା!
୧୩ ମୁଁ ଆପଣା ଶିକ୍ଷକମାନଙ୍କ କଥା ମାନିଲି ନାହିଁ
ଓ ଯେଉଁମାନେ ମୋତେ ଶିକ୍ଷା ଦେଲେ,
ସେମାନଙ୍କ ବାକ୍ୟ ପ୍ରତି ଆପଣା କାନ ଡେରିଲି ନାହିଁ,
୧୪ ମୁଁ ସମାଜ ଓ ମଣ୍ଡଳୀ ମଧ୍ୟରେ ପ୍ରାୟ ସର୍ବପ୍ରକାର ଦୁର୍ଦ୍ଦଶାରେ ପଡ଼ିଲି।”
ହିତୋପଦେଶ ୫:୭-୧୪
👉📖✅ ୧୫ ଯଦି ତୁମ୍ଭ ଭାଇ ପାପ କରେ, ତେବେ ଯାଇ କେବଳ ତୁମ୍ଭ ଦୁଇ ଜଣଙ୍କ ମଧ୍ୟରେ ତାହାକୁ ତାହାର ଦୋଷ ଦେଖାଅ; ଯଦି ସେ ତୁମ୍ଭର କଥା ଶୁଣେ, ତେବେ ତୁମ୍ଭେ ଆପଣା ଭାଇ କି ଲାଭ କଲ।
୧୬ କିନ୍ତୁ ଯଦି ସେ ନ ଶୁଣେ, ତେବେ ତୁମ୍ଭ ସାଙ୍ଗରେ ଆଉ ଜଣେ ବା ଦୁଇ ଜଣକୁ ନେଇ ଯାଅ, ଯେପରି ଦୁଇ ବା ତିନି ସାକ୍ଷୀଙ୍କ ମୁଖରେ ସମସ୍ତ କଥା ସ୍ଥିର କରାଯିବ।
୧୭ ତଥାପି ଯଦି ସେ ସେମାନଙ୍କ କଥା ନ ମାନେ, ତେବେ ମଣ୍ଡଳୀକୁ କୁହ, ଓ ଯଦି ସେ ମଣ୍ଡଳୀ କଥା ମଧ୍ୟ ନ ମାନେ, ତେବେ ସେ ତୁମ୍ଭ ଦୃଷ୍ଟିରେ ଅଣଯିହୁଦୀ ଓ କରଗ୍ରାହୀ ପରି ହେଉ। ମାଥିଉ ୧୮:୧୫-୧୭
👉📖✅ ୩ ଯଦି ସେ ଦିନ ଭିତରେ ସାତ ଥର ତୁମ୍ଭ ବିରୁଦ୍ଧରେ ପାପ କରେ ଓ ସାତ ଥର ତୁମ୍ଭ ନିକଟକୁ ଫେରିଆସି ମୁଁ ମନ-ପରିବର୍ତ୍ତନ କରୁଅଛି ବୋଲି କହେ, ତେବେ ତାହାକୁ କ୍ଷମା କର।” ଲୂକ ୧୭:୩
👉📖✅ ୧୯ ଦୁଇ ବା ତିନି ଜଣ ସାକ୍ଷୀଙ୍କ ବିନା କୌଣସି ପ୍ରାଚୀନଙ୍କ ବିରୁଦ୍ଧରେ ଅଭିଯୋଗ ଗ୍ରହଣ କର ନାହିଁ।
୨୦ଯେଉଁମାନେ ନିରନ୍ତର ପାପ କରିଥାଆନ୍ତି, ସେମାନଙ୍କୁ ସମସ୍ତଙ୍କ ସାକ୍ଷାତରେ ଅନୁଯୋଗ କର, ଯେପରି ଅନ୍ୟମାନେ ମଧ୍ୟ ଭୟଭୀତ ହେବେ।
୨୧ଈଶ୍ବରଙ୍କ, ଖ୍ରୀଷ୍ଟ ଯୀଶୁଙ୍କ ଓ ମନୋନୀତ ଦୂତମାନଙ୍କ ସାକ୍ଷାତରେ ମୁଁ ଦୃଢ଼ରୂପେ ଆଜ୍ଞା ଦେଉଅଛି, ତୁମ୍ଭେ ପୂର୍ବଧାରଣା ଦ୍ୱାରା ଚାଳିତ ନ ହୋଇ ଏହି ସମସ୍ତ ପାଳନ କର, ପୁଣି, ପକ୍ଷପାତଭାବରେ କୌଣସି କାର୍ଯ୍ୟ କର ନାହିଁ। ପ୍ରଥମ ତୀମଥି ୫:୧୯-୨୧
👉📖✅ ୫ ପରସ୍ପରକୁ ବଞ୍ଚିତ ନ କର; କେଜାଣି ପ୍ରାର୍ଥନା ନିମନ୍ତେ ଅବକାଶ ପାଇବା ପାଇଁ ଉଭୟ ଏକ ପରାମର୍ଶ ହୋଇ ଅଳ୍ପ କାଳ ପୃଥକ ରହି ପାର; ଆଉ, ତୁମ୍ଭମାନଙ୍କ ଇନ୍ଦ୍ରିୟ ଦମନ ଅଭାବ ହେତୁ ଶୟତାନ ଯେପରି ତୁମ୍ଭମାନଙ୍କୁ ପରୀକ୍ଷା ନ କରେ, ଏଥିପାଇଁ ପୁନର୍ବାର ଏକତ୍ର ହୁଅ।
୯ ମାତ୍ର ଯଦି ସେମାନେ ଇନ୍ଦ୍ରିୟ ଦମନ କରି ନ ପାରନ୍ତି, ତେବେ ବିବାହ କରନ୍ତୁ କାରଣ କାମାନଳରେ ଦଗ୍ଧ ହେବା ଅପେକ୍ଷା ବିବାହ କରିବା ଭଲ।
ପ୍ରଥମ କରିନ୍ଥୀୟ ୭ :୫, ୯
👉📖✅ କାରଣ ଈଶ୍ବର ଆମ୍ଭମାନଙ୍କୁ ଭୟର ଆତ୍ମା ଦେଇ ନାହାନ୍ତି, ମାତ୍ର ଶକ୍ତି, ପ୍ରେମ ଓ ସୁବୁଦ୍ଧିର ଆତ୍ମା ଦେଇଅଛନ୍ତି। ଦ୍ୱିତୀୟ ତୀମଥି ୧:୭
👉📖✅ ୫ଏପରି ଲୋକକୁ ଶରୀରର ବିନାଶ ନିମନ୍ତେ ଶୟତାନର ହସ୍ତରେ ସମର୍ପଣ କରିବା ଉଚିତ, ଯେପରି ପ୍ରଭୁ ଯୀଶୁଙ୍କ ଦିନରେ ତାହାର ଆତ୍ମା ରକ୍ଷା ପାଇ ପାରେ।
୬ ତୁମ୍ଭମାନଙ୍କର ଏପରି ଗର୍ବ କରିବା ଭଲ ନୁହେଁ। ତୁମ୍ଭେମାନେ କି ଜାଣ ନାହିଁ ଯେ, ଅଳ୍ପ ଖମୀର ସମସ୍ତ ମଇଦା ପିଣ୍ଡୁଳାକୁ ଖମୀରମୟ କରିଦିଏ?
୭ ତୁମ୍ଭେମାନେ ତ ଖମୀରଶୂନ୍ୟ ଲୋକ, ଏଣୁ ଯେପରି ତୁମ୍ଭେମାନେ ନୂଆ ପିଣ୍ଡୁଳା ହୋଇପାର, ଏଥିପାଇଁ ପୁରୁଣା ଖମୀର ବାହାର କରିପକାଅ; କାରଣ ଆମ୍ଭମାନଙ୍କ ନିସ୍ତାର ପର୍ବର ମେଷଶାବକ, ଅର୍ଥାତ୍ ଖ୍ରୀଷ୍ଟ, ମଧ୍ୟ ବଳୀକୃତ ହୋଇଅଛନ୍ତି।
୮ ଅତଏବ ଆସ, ଆମ୍ଭେମାନେ ପୁରାତନ ଖମୀର କିଅବା ଦୁଷ୍ଟତା ଓ କୁକର୍ମରୂପ ଖମୀର ଦ୍ୱାରା ପର୍ବ ପାଳନ ନ କରି ସରଳତା ଓ ସତ୍ୟରୂପ ଖମୀରଶୂନ୍ୟ ରୁଟି ଦ୍ୱାରା ପର୍ବ ପାଳନ କରୁ।
9 ବ୍ୟଭିଚାରୀମାନଙ୍କ ସହିତ ସମ୍ପର୍କ ନ ରଖିବା ପାଇଁ ମୁଁ ତୁମ୍ଭମାନଙ୍କୁ ମୋହର ପତ୍ରରେ ଲେଖିଥିଲି;
୧୦ ଏହି ଜଗତର ବ୍ୟଭିଚାରୀ କି ଧନଲୋଭୀ କି ପରଦ୍ରବ୍ୟ ଲୁଣ୍ଠନକାରୀ କି ପ୍ରତିମାପୂଜକମାନଙ୍କ ସହିତ ଯେ ଆଦୌ ସମ୍ପର୍କ ନ ରଖିବ, ତାହା ନୁହେଁ; ତାହାହେଲେ ତୁମ୍ଭମାନଙ୍କୁ ଜଗତରୁ ବାହାରିଯିବାକୁ ପଡ଼ିବ;
୧୧ କିନ୍ତୁ ମୋହର ଲେଖିବାର ଭାବ ଏହା ଥିଲା ଯେ, ଯଦି କୌଣସି ଲୋକ ଭ୍ରାତା ବୋଲି ଖ୍ୟାତ ହୋଇ ବ୍ୟଭିଚାରୀ କି ଧନଲୋଭୀ କି ପ୍ରତିମାପୂଜକ କି ନିନ୍ଦକ କି ମତୁଆଳ କି ପରଦ୍ରବ୍ୟ ଲୁଣ୍ଠନକାରୀ ହୁଏ, ତେବେ ଏପରି ଲୋକ ସହିତ ସମ୍ପର୍କ ରଖ ନାହିଁ, ପୁଣି, ତାହା ସାଙ୍ଗରେ ଭୋଜନ ସୁଦ୍ଧା କର ନାହିଁ।
୧୨ କାରଣ ମଣ୍ଡଳୀ ବାହାର ଲୋକମାନଙ୍କର ବିଚାର କରିବାରେ ମୋହର କଅଣ ଅଛି? ମଣ୍ଡଳୀ ଭିତରେ ଯେଉଁମାନେ ଅଛନ୍ତି, ସେମାନଙ୍କର ବିଚାର କି ତୁମ୍ଭେମାନେ କର ନାହିଁ?
୧୩ କିନ୍ତୁ ଯେଉଁମାନେ ବାହାରେ ଅଛନ୍ତି, ସେମାନଙ୍କ ବିଚାର ଈଶ୍ବର କରିବେ। ସେହି ଦୁଷ୍ଟ ଲୋକକୁ ତୁମ୍ଭମାନଙ୍କ ମଧ୍ୟରୁ ବାହାର କରିଦିଅ।
👉📖✅ ୩ କିନ୍ତୁ ମୁଁ ଶରୀରରେ ଅନୁପସ୍ଥିତ ହେଲେ ସୁଦ୍ଧା ଆତ୍ମାରେ ଉପସ୍ଥିତ ଥାଇ, ଯେ ଏହି ପ୍ରକାର କର୍ମ କରିଅଛି, ଉପସ୍ଥିତ ଥିଲା ପରି ପ୍ରଭୁ ଯୀଶୁଙ୍କ ନାମରେ ତାହାର ବିଚାର କରିସାରିଅଛି |
ପ୍ରଥମ କରିନ୍ଥୀୟ ୫:୯-୧୩ (୩)
#ଓଡ଼ିଆବାଇବଲ
#ପାପକ୍ଷମାଯୀଶୁହିଁଦେଇପାରିବେ
#ଯୀଶୁହିଁଅନନ୍ତଜୀବନ