Перейти к содержимому

BAULA LO ରଜ ଦୋଳି ଗୀତ- ବଉଳ ଲୋ (Vol- 2) Super Hit Raja Doli Gita | Rajo Doli Gita | Sidharth Music

Sidharth TV

0:00 / 0:00

BAULA LO ରଜ ଦୋଳି ଗୀତ- ବଉଳ ଲୋ (Vol- 2) Super Hit Raja Doli Gita | Rajo Doli Gita | Sidharth Music

1 664 242 просмотра · 10 лет назад
Sidharth TV
10,7 млн подписчиков
1 664 242 просмотра · 10 лет назад
ରଜ ଓଡ଼ିଶାର ଏକ ପାରମ୍ପାରିକ ପର୍ବ ଓ ରାଜ୍ୟର ଗଣପର୍ବ । ଏହା ତିନିଦିନ ଧରି ପାଳନ କରାଯାଇଥାଏ । ଏହାର ଦ୍ୱିତୀୟ ଦିନରେ ମିଥୁନ ମାସର ଆରମ୍ଭ ଓ ଏହା ପରେ ବର୍ଷା ଋତୁ ଆରମ୍ଭ ହୁଏ । ରଜ ସଂକ୍ରାନ୍ତିର ପୂର୍ବଦିନ ପହିଲି ରଜ, ଦ୍ୱିତୀୟ ଦିବସ ହେଉଛି ରଜ ସଂକ୍ରାନ୍ତି, ତୃତୀୟ ଦିବସ ହେଉଛି ଭୂମିଦାହ ବା ଭୂମି ଦହନ, ଚତୁର୍ଥ ତଥା ଅନ୍ତିମ ଦିବସ ହେଉଛି ବସୁମତୀ ସ୍ନାନ । ଆଷାଢ଼ ମାସରେ ପ୍ରଥମ ବର୍ଷାର ଆଗମନରେ ମେଘ ଓ ମାଟିର ମିଳନ ହୁଏ । ମାଟି ମା' ହୁଏ ରଜସ୍ୱଳା । କୃଷିପ୍ରଧାନ ଦେଶ ଭାବେ ଖ୍ୟାତି ଲାଭ କରିଥିବା ଆମଦେଶରେ ମାଟି ମା' ବହୁ କିସମର ଫସଲ ଫଳାଇ ଆମରି ହାତରେ ଅଜାଡ଼ି ଦିଏ । ମା'ଟିଏ ଯେମିତି ପ୍ରଜନନ ପୂର୍ବରୁ ବିଶ୍ରାମ ଆବଶ୍ୟକ କରେ, ସେମିତି ପ୍ରଜନନକ୍ଷମ ହେବାକୁ ଯାଉଥିବା ମାଟି ମା'କୁ ରଜ ତିନିଦିନ ବିଶ୍ରାମ ଦିଆଯାଏ ବୋଲି ବିଶ୍ୱାସ ଅଛି । ପହିଲି ରଜରେ ଆରମ୍ଭ ହୁଏ ପ୍ରସ୍ତୁତି ପର୍ବ । ତିନିଦିନ ଧରି ଧରଣୀ ମାତାକୁ ବିଶ୍ରାମ ଦିଆଯାଏ, ଯେଉଁଥିାଇଁ ଭୂ ଖନନ ବାରଣ କରାଯାଇଥାଏ । ମାତୃଜାତି ମଧ୍ୟରେ ଉତ୍ସାହ, ଉନ୍ମାଦନା ଓ ନୂତନ ଶକ୍ତି ଜାଗ୍ରତ କରିବା ପାଇଁ ପାଳନ କରାଯାଇଥାଏ ରଜପର୍ବ । କୁମାରୀମାନଙ୍କ ପାଇଁ ରଜପର୍ବ ହେଉଛି ତାଲିମ ପ୍ରଦାନକାରୀ ପର୍ବ । ଆଷାଢ଼ର ପହିଲି ବର୍ଷାରେ ମାଟି ମା'ର ପ୍ରଜନନ ଶକ୍ତି ଜାଗ୍ରତ ହୋଇଥାଏ, ଏହି କାରଣରୁ ଧରଣୀମାତାକୁ ରଜସ୍ୱଳା ସ୍ତ୍ରୀ ସହିତ ତୁଳନା କରାଯାଏ । ଅବିବାହିତା ଝିଅଙ୍କ ପାଇଁ ଗର୍ଭଧାରଣ କ୍ଷମତା ପ୍ରାପ୍ତିର ଏକ ସାଙ୍କେତିକ ପର୍ବ ହେଉଛି ରଜ । ଜଣେ ନାରୀଭାବେ ଆଗାମୀ ଦିନରେ କିରି କର୍ତ୍ତବ୍ୟ ସମ୍ପାଦନ କରିବାକୁ ହେବ, ତାହା କୁମାରୀମାନଙ୍କୁ ଶିଖିବାକୁ ପଡ଼ିଥାଏ, ଏହି ରଜ ପର୍ବ ପାଳନ ଅବସରରେ । କୁମାରୀମାନେ ରଜପର୍ବର ମଉଜ ଭିତରେ ଜଣେ ନାରୀର ଚଳଣି, ଆଚାରସଂହିତାକୁ ବିଧିଭାବେ ପାଳିଥାଆନ୍ତି ଏବଂ ଭବିଷ୍ୟତରେ ଯେତେବେଳେ ଝିଅଟିଏ ନାରୀଭୂମିକାରେ ଅବତୀର୍ଣ୍ଣ ହୋଇ କର୍ତ୍ତବ୍ୟ ସମ୍ପାଦନ କରେ, ଏହି ଆଚାରସଂହିତା ତାକୁ ସହାୟ ହୋଇଥାଏ । ରଜ ତିନିଦିନ ଧରି ରଜସ୍ୱଳା ନାରୀଭାବେ ଧରଣୀମାତାକୁ କଷ୍ଟ ନ ଦେଇ ଭୂମି କର୍ଷଣ ନ କରି ବିଶ୍ରାମ ଦେଲାଭଳି କଟା, ବଟା ଆଦି ଗୃହକର୍ମ ନ କରି କୁମାରୀମାନେ ବିଶ୍ରାମ କରନ୍ତି । ଧରଣୀ ମାତା ଶସ୍ୟଶ୍ୟାମଳାପୂର୍ଣ୍ଣ ହେବା ପାଇ ପ୍ରାଥମିକ ପ୍ରସ୍ତୁତି ଭାବେ ରଜ ତିନିଦିନ ବିଶ୍ରାମ ମିଳିଥାଏ ତାଙ୍କୁ । ଠିକ ସେହିପରି ଝିଅବୋହୂମାନଙ୍କ ଭବିଷ୍ୟତ ସାଂସାରିକ ଜୀବନ ସୁଖମୟ କରିବାକୁ ରଜପର୍ବର କଳ୍ପନା କରାଯାଇଛି ।