Перейти к содержимому

THE BREAD OF LIFE 18 OCT 2026

QT THE BREAD OF LIFE

0:00 / 0:00

THE BREAD OF LIFE 18 OCT 2026

152 просмотра · 11 дней назад
QT THE BREAD OF LIFE
1,97 тыс. подписчиков
152 просмотра · 11 дней назад
ଯାକୁବଙ୍କ ପତ୍ର 2:1-13 2:1 ହେ ମୋହର ଭାଇମାନେ, ଆମ୍ଭମାନଙ୍କ ଗୌରବମୟ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କଠାରେ ବିଶ୍ୱାସ କରିବାରୁ ମନୁଷ୍ୟର ମୁଖାପେକ୍ଷା କର ନାହିଁ । 2 କାରଣ ଯଦି ସୁବର୍ଣ୍ଣ ମୁଦ୍ରିକା ଓ ଚାକଚକ୍ୟ ବସ୍ତ୍ର ପରିଧାନ କରି କୌଣସି ଲୋକ ତୁମ୍ଭମାନଙ୍କ ସଭାକୁ ଆସେ, ପୁଣି ଜଣେ ଦରିଦ୍ର ଲୋକ ମଳିନ ବସ୍ତ୍ର ପରିଧାନ କରି ଆସେ, 3 ଆଉ, ତୁମ୍ଭେମାନେ ଚାକଚକ୍ୟ ବସ୍ତ୍ର ପରିଧାନ କରିଥିବା ଲୋକକୁ ମର୍ଯ୍ୟାଦା କରି କୁହ, ଏଠାରେ ଉତ୍ତମ ସ୍ଥାନରେ ବସନ୍ତୁ, ଆଉ ଦରିଦ୍ର ଲୋକକୁ କୁହ, ସେଠାରେ ଠିଆ ହୁଅ, 4 କିମ୍ବା ମୋହର ଗୋଡ଼ ତଳେ ବସ୍‍, ତାହାହେଲେ ତୁମ୍ଭେମାନେ କଅଣ ଆପଣା ଆପଣା ମଧ୍ୟରେ ଭେଦାଭେଦ ରଖି ବିପରୀତ ବ୍ୟବହାର ଏବଂ ମନ୍ଦ ଭାବରେ ବିଚାର କରୁ ନାହଁ ? 5 ହେ ମୋହର ପ୍ରିୟ ଭାଇମାନେ, ଶୁଣ, ଈଶ୍ୱର କଅଣ ଏହି ଜଗତର ଦୃଷ୍ଟିରେ ଦରିଦ୍ରମାନଙ୍କୁ ବିଶ୍ୱାସରୂପ ଧନରେ ଧନୀ ହେବା ପାଇଁ, ପୁଣି ଆପଣା ପ୍ରେମକାରୀମାନଙ୍କୁ ଯେଉଁ ରାଜ୍ୟ ଦେବାକୁ ପ୍ରତିଜ୍ଞା କରିଅଛନ୍ତି, ସେଥିର ଅଧିକାରୀ ହେବା ପାଇଁ ମନୋନୀତ କରି ନାହାନ୍ତି ? 6 କିନ୍ତୁ ତୁମ୍ଭେମାନେ ଦରିଦ୍ରକୁ ହତାଦର କରିଅଛ । ଧନୀମାନେ କଅଣ ତୁମ୍ଭମାନଙ୍କ ପ୍ରତି ଉପଦ୍ରବ କରନ୍ତି ନାହିଁ ଏବଂ ତୁମ୍ଭମାନଙ୍କୁ ବିଚାର-ସ୍ଥାନକୁ ଟାଣିନିଅନ୍ତି ନାହିଁ ? 7 ଯେଉଁ ମହତ୍‍ ନାମରେ ତୁମ୍ଭେମାନେ ଖ୍ୟାତ ସେମାନେ କଅଣ ସେହି ନାମର ନିନ୍ଦା କରନ୍ତି ନାହିଁ ? 8 ତୁମ୍ଭେ ଆପଣା ପ୍ରତିବାସୀକି ଆତ୍ମତୁଲ୍ୟ ପ୍ରେମ କର, ଶାସ୍ତ୍ରର ଏହି ରାଜକୀୟ ବ୍ୟବସ୍ଥା ଯଦି ପ୍ରକୃତରେ ପାଳନ କର, 9 ତାହାହେଲେ ଭଲ କରିଥାଅ; କିନ୍ତୁ ଯଦି ମନୁଷ୍ୟର ମୁଖାପେକ୍ଷା କର, ତାହାହେଲେ ପାପ କରୁଅଛ, ପୁଣି, ସେହି ବ୍ୟବସ୍ଥା ଦ୍ୱାରା ଦୋଷୀ ବୋଲି ପ୍ରମାଣିତ ହୋଇଥାଅ । 10 କାରଣ ଯେକେହି ସମସ୍ତ ବ୍ୟବସ୍ଥା ପାଳନ କରି କେବଳ ଗୋଟିକ ବିଷୟରେ ଝୁଣ୍ଟିପଡ଼େ, ତେବେ ସେ ସମସ୍ତ ବ୍ୟବସ୍ଥା ଲଙ୍ଘନ ଦୋଷରେ ଦଣ୍ଡନୀୟ ହୁଏ । 11 ଯେଣୁ ଯେ ବ୍ୟଭିଚାର କର ନାହିଁ ବୋଲି କହିଥିଲେ, ସେ ମଧ୍ୟ ନରହତ୍ୟା କର ନାହିଁ ବୋଲି କହିଥିଲେ, ଏଣୁ ତୁମ୍ଭେ ଯଦି ବ୍ୟଭିଚାର ନ କରି ନରହତ୍ୟା କର, ତେବେ ବ୍ୟବସ୍ଥା ଲଙ୍ଘନକାରୀ ହୋଇଅଛ । 12 ସ୍ୱାଧୀନତାର ବ୍ୟବସ୍ଥା ଦ୍ୱାରା ଯେ ତୁମ୍ଭେମାନେ ବିଚାରିତ ହେବ, ଏହା ଜାଣି ସେହିପ୍ରକାର କଥା କୁହ ଓ କାର୍ଯ୍ୟ କର । 13 କାରଣ ଯେ ଦୟା କରେ ନାହିଁ, ସେ ନିର୍ଦ୍ଦୟ ରୂପେ ବିଚାରିତ ହେବ, ଦୟା ବିଚାର ଉପରେ ଜୟଧ୍ୱନୀ କରେ।