THE BREAD OF LIFE 22 OCT 2026
QT THE BREAD OF LIFE
0:00 / 0:00
THE BREAD OF LIFE 22 OCT 2026
85 просмотров · 5 дней назад
QT THE BREAD OF LIFE
1,97 тыс. подписчиков
85 просмотров · 5 дней назад
1 ତୁମ୍ଭମାନଙ୍କ ମଧ୍ୟରେ ଯୁଦ୍ଧ ଓ ବିବାଦ କେଉଁଠାରୁ ହୁଏ ? କଅଣ ତୁମ୍ଭମାନଙ୍କ ଅଙ୍ଗପ୍ରତ୍ୟଙ୍ଗ ମଧ୍ୟରେ ଯୁଦ୍ଧ କରୁଥିବା ସୁଖାଭିଳାଷରୁ ନୁହେଁ ? 2 ତୁମ୍ଭେମାନେ କାମନା କରିଥାଅ; କିନ୍ତୁ ପାଇ ନ ଥାଅ; ତୁମ୍ଭେମାନେ ବଧ ଓ ଈର୍ଷା କରିଥାଅ, କିନ୍ତୁ ପ୍ରାପ୍ତ ହେବାକୁ ଅକ୍ଷମ ହୋଇଥାଅ; ତୁମ୍ଭେମାନେ ବିବାଦ ଓ ଯୁଦ୍ଧ କରିଥାଅ, ତୁମ୍ଭେମାନେ ପାଇ ନ ଥାଅ, କାରଣ ତୁମ୍ଭେମାନେ ମାଗି ନ ଥାଅ; 3 ତୁମ୍ଭେମାନେ ମାଗିଥାଅ, କିନ୍ତୁ ପାଇ ନ ଥାଅ, କାରଣ ଆପଣା ଆପଣା ସୁଖାଭିଳାଷରେ ବ୍ୟୟ କରିବା ନିମନ୍ତେ ମନ୍ଦ ଅଭିପ୍ରାୟରେ ମାଗିଥାଅ । 4 ହେ ବ୍ୟଭିଚାରିଣୀମାନେ, ଜଗତର ମିତ୍ରତା ଈଶ୍ୱରଙ୍କର ଶତ୍ରୁତା, ଏହା କଅଣ ଜାଣ ନାହିଁ ? ଅତଏବ, ଯେକେହି ଜଗତର ମିତ୍ର ହେବାକୁ ଇଚ୍ଛା କରେ ସେ ଆପଣାକୁ ଈଶ୍ୱରଙ୍କ ଶତ୍ରୁ ବୋଲି ପ୍ରତିପନ୍ନ କରେ । 5 ନା ତୁମ୍ଭେମାନେ କଅଣ ଧର୍ମଶାସ୍ତ୍ରର ଏହି ବାକ୍ୟକୁ ବ୍ୟର୍ଥ ବୋଲି ମନେ କରୁଅଛ; ଯେଉଁ ଆତ୍ମାଙ୍କୁ ସେ ଆମ୍ଭମାନଙ୍କ ମଧ୍ୟରେ ବାସ କରିବାକୁ ଦେଇଅଛନ୍ତି, ସେ ଆମ୍ଭମାନଙ୍କୁ ସମ୍ପୂର୍ଣ୍ଣ ଅଧିକାର କରିବା ନିମନ୍ତେ ଏକାନ୍ତ କାମନା କରନ୍ତି ? 6 କିନ୍ତୁ ସେ ମଧ୍ୟ ଅଧିକ ଅନୁଗ୍ରହ ଦାନ କରନ୍ତି; ଏଣୁ ଉକ୍ତ ଅଛି, "ଈଶ୍ୱର ଅହଙ୍କାରୀମାନଙ୍କୁ ପ୍ରତିରୋଧ କରନ୍ତି, କିନ୍ତୁ ନମ୍ର ଲୋକମାନଙ୍କୁ ଅନୁଗ୍ରହ ଦାନ କରନ୍ତି'' । 7 ଅତଏବ, ତୁମ୍ଭେମାନେ ଈଶ୍ୱରଙ୍କର ବଶୀଭୂତ ହୁଅ ଶୟତାନକୁ ପ୍ରତିବାଧା କର, ତାହାହେଲେ ସେ ତୁମ୍ଭମାନଙ୍କ ନିକଟରୁ ପଳାଇଯିବ । 8 ଈଶ୍ୱରଙ୍କର ନିକଟବର୍ତ୍ତୀ ହୁଅ, ସେଥିରେ ସେ ତୁମ୍ଭମାନଙ୍କର ନିକଟବର୍ତ୍ତୀ ହେବେ । ହେ ପାପୀମାନେ, ତୁମ୍ଭମାନଙ୍କ ହସ୍ତ ଶୁଚି କର, ପୁଣି ହେ ଦ୍ୱିମନାମାନେ, ତୁମ୍ଭମାନଙ୍କ ହୃଦୟ ଶୁଦ୍ଧ କର । 9 ଖେଦଯୁକ୍ତ ଓ ଶୋକାର୍ତ୍ତ ହୋଇ ରୋଦନ କର; ତୁମ୍ଭମାନଙ୍କ ହାସ୍ୟ ଶୋକରେ ଓ ତୁମ୍ଭମାନଙ୍କ ଆନନ୍ଦ ବିଷାଦରେ ପରିଣତ ହେଉ । 10 ପ୍ରଭୁଙ୍କ ଛାମୁରେ ଆପଣା ଆପଣାକୁ ନତ କର, ତାହାହେଲେ ସେ ତୁମ୍ଭମାନଙ୍କୁ ଉନ୍ନତ କରିବେ । 11 ହେ ଭାଇମାନେ, ତୁମ୍ଭେମାନେ ପରସ୍ପରର ଗ୍ଳାନି କର ନାହିଁ; ଯେ ଭାଇର ଗ୍ଳାନି କରେ କିମ୍ବା ଭାଇର ବିଚାର କରେ, ସେ ବ୍ୟବସ୍ଥାର ଗ୍ଲାନି କରେ ଓ ସେଥିର ବିଚାର କରେ; କିନ୍ତୁ ତୁମ୍ଭେ ଯଦି ବ୍ୟବସ୍ଥାର ବିଚାର କର, ତାହାହେଲେ ତୁମ୍ଭେ ବ୍ୟବସ୍ଥାର ପାଳନକାରୀ ନ ହୋଇ ସେଥିର ବିଚାରକର୍ତ୍ତା ଅଟ । 12 ବ୍ୟବସ୍ଥାଦାତା ଓ ବିଚାରକର୍ତ୍ତା ଜଣେମାତ୍ର, ସେ ରକ୍ଷା ଓ ବିନାଶ କରିବାକୁ ସମର୍ଥ; କିନ୍ତୁ ପ୍ରତିବାସୀର ବିଚାର କରୁଅଛ ଯେ ତୁମ୍ଭେ, ତୁମ୍ଭେ କିଏ ?