Перейти к содержимому

THE BREAD OF LIFE 23 OCT 2026

QT THE BREAD OF LIFE

0:00 / 0:00

THE BREAD OF LIFE 23 OCT 2026

92 просмотра · 4 дн. назад
QT THE BREAD OF LIFE
1,97 тыс. подписчиков
92 просмотра · 4 дн. назад
ଯାକୁବଙ୍କ ପତ୍ର 4:13-5:6 ଭବିଷ୍ୟତର ଗର୍ବ 4:13 ଏବେ ଦେଖ, ଯେଉଁମାନେ କହୁଅଛ, ଆଜି କିମ୍ବା କାଲି ଆମ୍ଭେମାନେ ଅମୁକ ସହରକୁ ଯିବୁ ଓ ସେଠାରେ ଏକ ବର୍ଷ ପର୍ଯ୍ୟନ୍ତ ରହି ବାଣିଜ୍ୟ ବ୍ୟବସାୟ କରି ଲାଭ କରିବୁ; 14 କିନ୍ତୁ କାଲି କଅଣ ଘଟିବ, ତାହା ତ ତୁମ୍ଭେମାନେ ଜାଣ ନାହିଁ । ତୁମ୍ଭମାନଙ୍କର ଜୀବନ କଅଣ ? କ୍ଷଣକେ ଦୃଶ୍ୟ ହୋଇ ଅଦୃଶ୍ୟ ହୁଏ ଯେଉଁ ବାଷ୍ପ, ତୁମ୍ଭେମାନେ ତ ତାହା ସଦୃଶ । 15 ଏଣୁ ପ୍ରଭୁଙ୍କ ଇଚ୍ଛା ହେଲେ ଆମ୍ଭେମାନେ ଜୀବିତ ଥାଇ ଏହା କରିବା ବା ତାହା କରିବା, ଏହିପରି କହିବା ତୁମ୍ଭମାନଙ୍କର ଉଚିତ । 16 କିନ୍ତୁ ଏବେ ତୁମ୍ଭେମାନେ ଆପଣା ଆପଣା ଅହଂ- ଭାବରେ ଗର୍ବ କରୁଅଛ; ଏପ୍ରକାର ଗର୍ବ ମନ୍ଦ ଅଟେ । 17 ଅତଏବ, ଯେ ସତ୍କର୍ମ କରିବାକୁ ଜାଣି ତାହା କରେ ନାହିଁ, ତାହାର ପାପ ହୁଏ । ଧନୀ ଶ୍ରେଣୀର ଲୋକଙ୍କ ପ୍ରତି ସତର୍କବାଣୀ 5:1 ଏବେ ଦେଖ, ହେ ଧନୀମାନେ, ତୁମ୍ଭମାନଙ୍କର ଆସନ୍ନ ଦୁର୍ଦ୍ଦଶା ନିମନ୍ତେ କ୍ରନ୍ଦନ ଓ ହାହାକାର କର । 2 ତୁମ୍ଭମାନଙ୍କର ସମ୍ପତ୍ତି କ୍ଷୟ ପାଇଲାଣି, ତୁମ୍ଭମାନଙ୍କର ବସ୍ତ୍ର ପୋକ ଖାଇଲାଣି, 3 ପୁଣି ତୁମ୍ଭମାନଙ୍କର ସୁନା ଓ ରୂପାରେ କଳଙ୍କ ଲାଗିଲାଣି; ସେଥିରେ କଳଙ୍କ ତୁମ୍ଭମାନଙ୍କ ବିରୁଦ୍ଧରେ ସାକ୍ଷ୍ୟ ଦେବ ଓ ଅଗ୍ନି ପରି ତୁମ୍ଭମାନଙ୍କ ମାଂସ ଗ୍ରାସ କରିବ । ଏହି ଶେଷକାଳରେ ତୁମ୍ଭେମାନେ ଧନ ସଞ୍ଚୟ କରିଅଛ ! 4 ଦେଖ, ତୁମ୍ଭମାନଙ୍କ କ୍ଷେତ୍ରର ଶସ୍ୟଛେଦନକାରୀମାନଙ୍କୁ ପ୍ରବଞ୍ଚନା କରି ତୁମ୍ଭେମାନେ ଯେଉଁ ମୂଲ ଦେଇ ନାହଁ, ତାହା ଚିତ୍କାର କରୁଅଛି, ପୁଣି ଶସ୍ୟଛେଦନକାରୀମାନଙ୍କର ଆର୍ତ୍ତନାଦ ବାହିନୀମାନଙ୍କ ପ୍ରଭୁଙ୍କ କର୍ଣ୍ଣରେ ପ୍ରବେଶ କରିଅଛି । 5 ତୁମ୍ଭେମାନେ ଜଗତରେ ସୁଖଭୋଗ ଓ ବିଳାସିତାରେ କାଳକ୍ଷେପଣ କରିଅଛ, ବଧ ଦିନରେ ଆପଣା ଆପଣା ମନକୁ ତୃପ୍ତ କରିଅଛ । 6 ତୁମ୍ଭେମାନେ ଧାର୍ମିକକୁ ଦୋଷୀ କରି ବଧ କରିଅଛ; ସେ ତୁମ୍ଭମାନଙ୍କର ପ୍ରତିରୋଧ କରେ ନାହିଁ ।